ଅବହେଳା ଅକ୍ଷମଣୀୟ : ମୁଖ୍ୟମନ୍ତ୍ରୀ

ପୁରୀ :- ଶରଧାବାଲିରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଜନିତ ଠେଲାପେଲା କାରଣରୁ ଘଟିଥିବା ଅଘଟଣ ପାଇଁ ବ୍ୟକ୍ତିଗତ ଭାବେ ଦାୟୀ ଏବଂ  ସରକାର ସମସ୍ତ ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛନ୍ତି ବୋଲି ଏକ୍ସ ରେ  ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଏହି ଭଳି ଏକ ଦାରୁଣ ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବାପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛନ୍ତି ମୂଖ୍ୟମନ୍ତ୍ରୀ ।

ଏହି ଅବହେଳା ଅକ୍ଷମଣୀୟ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ ଏବଂ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୋଲି ସୂଚନା ଦେଇଛନ୍ତି।

Advertisement
Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *