ଭୁବନେଶ୍ଵର :- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର(ଆଇ-କାର୍ଡ)ରେ ଲାଗିବ ଗେରୁଆ ରଙ୍ଗ ବିଜେଡି ସରକାର ସମୟରେ ସବୁଜ ରଙ୍ଗର ଆଇ-କାର୍ଡ ହୋଇଥିବା ବେଳେ ୨୦୨୫-୨୬ ଶିକ୍ଷାବର୍ଷରେ ସମସ୍ତ ପ୍ରାଥମିକ ବିଦ୍ୟାଳୟ( ପ୍ରଥମରୁ ୮ମ ଶ୍ରେଣୀ) ଛାତ୍ରଛାତ୍ରୀଙ୍କ ଆଇ-କାର୍ଡ ପରିବର୍ତ୍ତନ ହୋଇଛି। ଯେଉଁଥିରେ ପିଲାଙ୍କ ନାମ, ଶ୍ରେଣୀ, ଜନ୍ମ ତାରିଖ, ରୋଲ୍ ନମ୍ବର ଓ ପୋନ୍ ନମ୍ବର ରହିବ ପ୍ରଧାନଶିକ୍ଷକ/ଶିକ୍ଷୟିତ୍ରୀଙ୍କ ଦସ୍ତଖତ ରହିବା ନିତାନ୍ତ ଆବଶ ବଶ୍ୟକା ବିଭିନ୍ନ ସମୟରେ ବାହାର ପିଲାମାନେ କ୍ୟାମ୍ପସ ଭିତରକୁ ପ୍ରବେଶ କରୁଥିବାରୁ ଆଇ-କାର୍ଡକୁ ବାଧ୍ୟତାମୂଳକ କରାଯିବ ପିଲାମାନେ ବିଦ୍ୟାଳୟକୁ ଆସିବା ସମୟରେ ତାହାକୁ ବେକରେ ପକାଇ ଆସିବେ କେବଳ ଆଇ-କାର୍ଡ ରଙ୍ଗ ବଦଳି ନାହିଁ, ବରଂ ସ୍ଲୋଗାନ୍ ମଧ୍ୟ ବଦଳାଇ ଦିଆଯାଇଛି। ବିଜେଡି ସରକାର ସମୟରେ ପିଲାଙ୍କ ହାଇସ୍ ୟୁନିଫର୍ମ ଓ ଟୋପିରେ ‘ଆମେ ଗଢ଼ିବୁ-ନୂଆ ଓଡ଼ିଶା’ ସ୍ଲୋଗାନ ଲେଖାଯାଇଥିଲା। ମାତ୍ର ଏଥର ସ୍ଲୋଗାନ୍ ପରିବର୍ତ୍ତନ କରାଯାଇ ‘ବିଦ୍ୟାବନ୍ତ ବିଦ୍ୟାର୍ଥୀ, ବିକଶିତ ଓଡ଼ିଶା’ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତ ନେଇଛନ୍ତି ।
ପୂର୍ବ ବର୍ଷଗୁଡ଼ିକ ପରି ଏଥର ହାଉସ୍ ୟୁନିଫର୍ମର ରଙ୍ଗରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ ଛାତ୍ରଛାତ୍ରୀଙ୍କ ଟ୍ରାକ୍ ପ୍ୟାଣ୍ଟ ନୀଳରଙ୍ଗ ରହିଥିବା ବେଳେ ଟି-ସାର୍ଟର ରଙ୍ଗ ସବୁଜ, ହଳଦୀ, ନାଳି, ନୀଳ ରଙ୍ଗ ରହିଛି ଟୋପିର ରଙ୍ଗ ଧଳା ରହିବ ଏବଂ ସେଥିରେ ସ୍ଲୋଗାନ ସହ ଲୋଗୋ ଲାଗିବା ୨୦୨୫-୨୬ ଶିକ୍ଷାବର୍ଷରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଏବଂ ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ବିଦ୍ୟାଳୟଚିତ ଛାତ୍ରଛାତ୍ରୀ(ପ୍ରଥମରୁ ୮ମ ଶ୍ରେଣୀ)ଙ୍କ ଜଣ ପିଛା”ରେ ମାଗଣା ଜୋତା, ମୋଜା, ଟି-ସାର୍ଟ ବଣ୍ଟନକୁ ଗୁରୁତ୍ବ ଦିଆଯାଇଛି ।
୫୦୦ ଟଙ୍କା ଲେଖାଏଁ ଖର୍ଚ୍ଚ କରାଯିବା ସହ ସେଥିରୁ, ୨୦୦ ଟଙ୍କାରେ ଗୋଟିଏ ହଳ ଜୋତା ଓ ଦୁଇ ହଳ. ମୋଜା, ୧୨୫ ଟଙ୍କାରେ ଗୋଟିଏ ଟି-ସାର୍ଟ, ୧୨୫ ଟଙ୍କାରେ ଗୋଟିଏ ଟ୍ରାକ୍ ପ୍ୟାଣ୍ଟ, ୩୦ ଟଙ୍କାରେ ଗୋଟିଏ ଟୋପି(ବ୍ରାଣ୍ଡିଂ ସହ) ଓ ୨୦ ଟଙ୍କାରେ ଗୋଟିଏ ପରିଚୟପତ୍ର ଦିଆଯିବ ସମଗ୍ର ଶିକ୍ଷା/ପିଏମ୍ଶ୍ରୀ/ଗଙ୍ଗାଧର ମେହେର ଶିକ୍ଷା ମାନକ ବୃଦ୍ଧି ଯୋଜନାରୁ ଏହି ଅର୍ଥ ଖର୍ଚ ହେବ । ପିଲାଙ୍କ ଜୋତା ରଙ୍ଗ କଳା ଓ ମୋଜା ରଙ୍ଗ ଧଳା ରହିବା ହାଉସ୍ ସିଷ୍ଟମରେ ୧୦୦ ଜଣରୁ କମ୍ ଛାତ୍ରଛାତ୍ରୀ ଥିବା ବିଦ୍ୟାଳୟ ନୟରେ ଦୁଇଟି ହାଉସ୍ ସହ ଦୁଇଟି ରଙ୍ଗର ଟି-ସାର୍ଟ ଏବଂ ୧୦୦ରୁ ଅଧିକ ପିଲା ଥିଲେ ୪ଟି ହାଉସ୍ ଓ ୪ଟି ରଙ୍ଗର ଟି-ସାର୍ଟ ଚୟନ କରାଯିବ। ଯୁଦ୍ଧକାଳୀନ ଭିତ୍ତିରେ ସାମଗ୍ରୀଗୁଡ଼ିକ ପ୍ରଦାନ କରିବାକୁ ଓସେପା ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
Subha Khabar is now on Whatsapp
Join and get latest news update delivered to you via whatsapp
Join Now