ଅପରାଧ ଏବଂ ଅପରାଧୀଙ୍କ ଉପରେ ରୋକ ଲଗାଇବ ଗରୁଡ ଅଭିଯାନ

କଟକ :- ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ  ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଗତ ଅଗଷ୍ଟ ୧ ତାରିଖରୁ  ରାଜ୍ୟର ସମସ୍ତ ଜିଲ୍ଲା ପୋଲିସ ଏସପିଙ୍କ ନେତୃତ୍ୱରେ ଅପେରସନ”ଗରୁଡ଼”  ଅଭିଯାନ  ଆରମ୍ଭ ହୋଇଛି ।  ଏହି ଅଭିଯାନ ଚଳିତ ଅଗଷ୍ଟ 14 ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ( ଆଇନ ଓ ଶୃଙ୍ଖଳା)  ଶ
ସଞ୍ଜୟ କୁମାର ସୂଚନା ଦେଇଛନ୍ତି।  ଅପରାଧ ଏବଂ ଅପରାଧୀଙ୍କ ଉପରେ ରୋକ ଲଗାଇବାକୁ ଏହି ଅଭିଯାନକୁ ଆହୁରି ଜୋରଦାର କରାଯିବ ବୋଲି ସେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଏହି ଅଭିଯାନରେ  ମୁଖ୍ୟତଃ  ଜାମିନ ବିହୀନ ୱାରେଣ୍ଟ (NBW)କୁ କାର୍ଯ୍ୟକାରୀ କରିବା,  ନିଶା ଦ୍ରବ୍ୟ ଚୋରା ଚାଲାଣକୁ ରୋକିବା, ବେଆଇନ ଅସ୍ତ୍ରଶସ୍ତ୍ର ଜବତ ଏବଂ ଅପରାଧୀଙ୍କୁ ଗିରଫ କରିବା, ଜୁଆ ଆଡ୍ଡା ଉପରେ ଚଢ଼ାଉ ଏବଂ ବିଭିନ୍ନ ଅପରାଧରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି  ଅପରେସନର ପ୍ରଥମ ସପ୍ତାହରେ ସମସ୍ତ ଜିଲ୍ଲାର ଏସପି ଓ ଅନ୍ୟାନ୍ୟ ଅଧିକାରୀ ସାମିଲ ହୋଇ ଅପରାଧ ଏବଂ ଅପରାଧୀଙ୍କୁ ରୋକିବାରେ ଉଲ୍ଲେଖନୀୟ  ସଫଳତା ହାସଲ କରିଛନ୍ତି ।  ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ( ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱ।ବଧାନରେ ଏହି ଅପରେସନ ସାରା ରାଜ୍ୟରେ କାର୍ଯ୍ୟକାରୀ ହେଉଛି।

କାର୍ଯ୍ୟକାରୀ ହୋଇଥିବା NBW :-3189
ଅବକାରୀ ମାମଲା :-890 ମାମଲା ଏବଂ 17069.55 ଲିଟର ମଦ ଜବତ
ଜବତ ହୋଇଥିବା ବେଆଇନ ଅସ୍ତ୍ରଶସ୍ତ୍ର ଏବଂ ଟଙ୍କା  :- 51 ଅସ୍ତ୍ରଶସ୍ତ୍ର, 95 ଗୁଳିଗୋଳା ଏବଂ ୧,୪୫,୫୦୦ ଟଙ୍କା
ଗଞ୍ଜେଇ ଜବତ ସହିତ ଏନଡିପିଏସ୍ ମାମଲା:- 11ଟି ମାମଲା ସହିତ 888 କିଲୋଗ୍ରାମ ଗଞ୍ଜେଇ ଏବଂ 68.57 ଗ୍ରାମ ବ୍ରାଉନସୁଗାର ଜବତ,  (୦୨ଟି କାର ଏବଂ ୬୩,୭୫୦ ଟଙ୍କା)
ଜୁଆ ମାମଲା :- 11ଟି ମାମଲା ସହିତ 2,79,485 ଟଙ୍କା
ଗିରଫ ହୋଇଥିବା ଅପରାଧୀଙ୍କ ସଂଖ୍ୟା:- 129।
ନିଶା ଶକ୍ତ ଅବସ୍ଥାରେ ଗାଡି ଚାଳନା- 115 ମାମଲା, 115 ଯାନ ଜବତ

ଉଲ୍ଲେଖଯୋଗ୍ୟ ଯେ, ବେଆଇନ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ କ୍ଷେତ୍ରରେ ଗଞ୍ଜାମ ପୋଲିସ ଜିଲ୍ଲା 10 ଟି ବନ୍ଧୁକ ଜବତ କରିବା ସହ 13 ଜଣଙ୍କୁ ଗିରଫ କରିଛି। ସେହିପରି ରାଉରକେଲା ପୋଲିସ ଜିଲ୍ଲା ଜଣେ ବ୍ୟକ୍ତିଙ୍କୁ ଗିରଫ କରିବା ସହ ତା’ ନିକଟରୁ ଏକକାଳୀନ 10 ଟି ବନ୍ଧୁକ ଜବତ କରିଛି।     NDPS ମାମଲାରେ କନ୍ଧମାଳ ପୋଲିସ 535 କେଜି ଜବତ କରିବା ସହ 15 ଜଣଙ୍କୁ ଗିରଫ କରିଛି। ଅବକାରୀ ମାମଲାରେ କେନ୍ଦୁଝର  ପୋଲିସ ଜିଲ୍ଲା ସର୍ବାଧିକ 107ଟି ମାମଲା ରୁଜୁ କରିଥିବା ବେଳେ 1509 ଲିଟର ମଦ ଜବତ କରିଛି। ସେହିପରି ଜୁଆ ଆଡ୍ଡା ଉପରେ ଚଢ଼ାଉ କ୍ଷେତ୍ରରେ ରାଉରକେଲା  ଜିଲ୍ଲା ପୋଲିସ 3 ଟି ମାମଲା ରୁଜୁ କରି 1,48,330 ଟଙ୍କା ଜବତ କରିବା ସହ 17 ଜଣଙ୍କୁ ଗିରଫ କରିଛି।



ସାଧାରଣ ଲୋକଙ୍କୁ ସେବା ଓ ସୁରକ୍ଷା ଯୋଗାଇ ଦେବାକୁ ଓଡିଶା ପୋଲିସ ପ୍ରତିଶୃତିବଦ୍ଧ।  ଆଗାମୀ ଦିନରେ ମଧ୍ୟ ଅପରାଧ ଏବଂ ଅପରାଧୀମାନଙ୍କ ବିରୁଦ୍ଧରେ ଏହିପରି ଅଭିଯାନ ଜାରି ରହିବ ବୋଲି ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ  (ଆଇନ ଓ ଶୃଙ୍ଖଳା) ସଂଜୟ କୁମାର କହିଛନ୍ତି।

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *