ବନ୍ଦ ହେବ ଡି ଜେ ଗାଡ଼ି ଲାଗିଛି କଟକଣା ।ଡିଜେ ଗାଡ଼ି ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ(STA)ର କଟକଣା ।ମୂଳଢାଞ୍ଚାକୁ ବେଆଇନ ପରିବର୍ତ୍ତନ ବିରୋଧରେ ସର୍କୁଲାର ଜାରି ।ଗାଡ଼ିର ମୂଳ ଢାଞ୍ଚାରେ ପରିବର୍ତ୍ତନ ଓ ନିୟମ ଉଲ୍ଲଙ୍ଘନ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ ।ନିର୍ଦ୍ଧାରିତ ସୀମା ପାର ଶବ୍ଦ ଏବଂ ଆଲୋକ ବ୍ୟବସ୍ଥା ଉପରେ କଟକଣା ।ଆଇନ ଅନୁଯାୟୀ ଜରିମାନା ସହ ପଞ୍ଜୀକରଣ ଓ ଫିଟନେସ୍ ରଦ୍ଦ ହେବ ।ଯାନରେ ଡିଜେ ସିଷ୍ଟମ, ଆମ୍ପ୍ଲିଫାୟର୍, ମିକ୍ସର, ଲେଜର ଲାଇଟ୍ କଣ୍ଟ୍ରୋଲର୍ ଲଗାଇବା ବେଆଇନ୍ ।ସାର୍ବଜନୀନ ସ୍ଥାନରେ ବେଆଇନ ବ୍ୟବହାର ବିରୋଧରେ ବି ଚେତାବନୀ ।ଡିଜେ ଗାଡ଼ିର ଶବ୍ଦ, ଆଲୋକ ଅନ୍ୟ ସଡ଼କ ବ୍ୟବହାରକାରୀଙ୍କ ପାଇଁ ବିପଦ ।

ଲୋକଙ୍କ ସୁରକ୍ଷା ପାଇଁ ଏହି ଅସୁରକ୍ଷିତ ଡିଜେ ଗାଡ଼ିକୁ ରୋକିବା ଆବଶ୍ୟକ ।ପାର୍ବଣ ଋତୁରେ ଏଭଳି ବେଆଇନ ଯାନକୁ ବ୍ୟବହାର ନକରିବାକୁ ଅନୁରୋଧ ।ଏଥିସହ ପୋଲିସ ବିଭାଗର ମଧ୍ୟ ସହଯୋଗ ଲୋଡ଼ିଲା STA ।ସମସ୍ତ RTOଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଲା ପରିବହନ ପ୍ରାଧିକରଣ ।ଡିଜେ ଗାଡ଼ି ଜବତ ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବା ପାଇଁ ନିର୍ଦ୍ଦେଶ ।
Subha Khabar is now on Whatsapp
Join and get latest news update delivered to you via whatsapp
Join Now