ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା:
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି


ସମୁଦାୟ ମହଙ୍ଗା ଭତ୍ତା ୫୫ ରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା

ପେନସନ୍‌ଭୋଗୀଙ୍କ ଟି. ଆଇ ରେ ମଧ୍ୟ ବୃଦ୍ଧି କରିଛନ୍ତି ସରକାର

ଭୁବନେଶ୍ୱର,(୧୬/୧୦):-ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଆଜି ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।



ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ।  ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *