ଖୋର୍ଦ୍ଧା,(୦୯/୦୨) ଜିଲ୍ଲାପ୍ରଶାସନ ଏବଂ ପୋଲିସ ପ୍ରଶାସନ ମିଳିତ ଆନୁକୁଲ୍ୟରେ ବେଗୁନିଆ ବ୍ଲକ୍ ଗଡମାଣତିରି ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି ।

ଉକ୍ତ ଜନଶୁଣାଣୀ ଶିବିରରେ ସ୍ଥାନୀୟ ବିଧାୟକ ପ୍ରଦୀପ କୁମାର ସାହୁ,ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ ସଂକଳ୍ପ ସ୍ଵସ୍ତିକ ସାହୁ, ବେଗୁନିଆ ପଂଚାୟତ ସମିତି ଅଧ୍ୟକ୍ଷ ଲକ୍ଷ୍ମୀଧର ସୁବୁଦ୍ଧି,ବ୍ଲକ୍ ଉନ୍ନୟନ ଅଧିକାରୀ, ସନ୍ତୋଷ କୁମାର ଜେନା, ତହସିଲଦାର, ଆଦିତ୍ୟ ଦୀପଙ୍କର ଷଡ଼ଙ୍ଗୀ, ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର ଯୋଗଦେଇଥିଲେ ।

ଆଜିର ଅଭିଯୋଗ ଶୁଣାଣି ରେ ମୋଟ ୬୬ ଗୋଟି ଅଭିଯୋଗ ଆସିଥିବାବେଳେ ତନ୍ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୪୬ ଗୋଟି ଏବଂ ଗ୍ରାମୀଣ ସମସ୍ୟା ଜନିତ ୨୦ ଗୋଟି ଅଭିଯୋଗ ଆସିଥିଲା l ଶିବିରରେ ତତ୍କାଳ ୦୬ ଗୋଟି ଅଭିଯୋଗ ର ସମାଧାନ କରାଜାଇଥିବାବେଳେ ଅନ୍ୟ ଅଭିଯୋଗ ଗୁଡ଼ିକୁ ସଂପୃକ୍ତ ବିଭାଗୀୟ ଅଧିକାରୀ ଙ୍କୁ ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା l ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଶିକ୍ଷା, ସ୍ଵାସ୍ଥ୍ୟ, ଗମନାଗମନ, କୃଷି,ଏବଂ ବିଭିନ୍ନ ଅତ୍ୟାବଶ୍ୟକ ସେବା ଅଧିକାରୀ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ମାନେ ଯୋଗଦେଇଥିଲେ ।
Subha Khabar is now on Whatsapp
Join and get latest news update delivered to you via whatsapp
Join Now