ବଲାଙ୍ଗୀର ଓ ବରଗଡ ହେଲା ନକ୍ସଲ ମୁକ୍ତ ଜିଲ୍ଲା  : ଡିଜିପି


କଟକ :- ରାଜ୍ୟରେ ନକ୍ସଲ ବିରୋଧୀ ଅଭିଯାନରେ ଓଡିଶା ପୋଲିସକୁ ଆଜି ଐତିହାସିକ ସଫଳତା ମିଳିଛି । ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ବଲାଙ୍ଗୀର ଓ ବରଗଡ ଜିଲ୍ଲାକୁ ନକ୍ସଲ ମୁକ୍ତ ଜିଲ୍ଲା ଭାବେ ଘୋଷଣା କରିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ , ଆଜି ଛତିଶଗଡ଼ର ମହାସମୁନ୍ଦ ଜିଲ୍ଲାରେ ୧୫ ଜଣ ମାଓବାଦୀ ଅସ୍ତ୍ର ତ୍ୟାଗ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି । ଏହି ମାଓବାଦୀମାନେ ବରଗଡ଼–ବଲାଙ୍ଗିର–ମହାସମୁନ୍ଦ ଡିଭିଜନରେ ସକ୍ରିୟ ଥିଲେ। ଯାହା ଫଳରେ,ବରଗଡ଼ ଓ ବଲାଙ୍ଗିର ଜିଲ୍ଲାକୁ ସମ୍ପୂର୍ଣ୍ଣ ନକ୍ସଲମୁକ୍ତ ଘୋଷଣା କରାଯାଇଛି।



ସୁରକ୍ଷା ବାହିନୀ ତରଫରୁ ଦୀର୍ଘଦିନ ଧରି ଚାଲିଥିବା ମିଳିତ ଅଭିଯାନ,  ଗୁଇନ୍ଦା ସୂଚନା, କେନ୍ଦ୍ର ଓ ରାଜ୍ୟ ସୁରକ୍ଷା ବାହିନୀଙ୍କ ସମନ୍ୱିତ ପଦକ୍ଷେପ ଏବଂ ସ୍ଥାନୀୟ ଲୋକଙ୍କ ସକ୍ରିୟ ସହଯୋଗ ଫଳରେ ଏହି ଦୁଇ ଜିଲ୍ଲାରୁ ନକ୍ସଲ କାର୍ଯ୍ୟକଳାପ ସମ୍ପୂର୍ଣ୍ଣ ରୂପେ ମୁକ୍ତ ହୋଇପାରିଛି ବୋଲି ଡିଜିପି ସୂଚନା ଦେଇଛନ୍ତି।

ପୋଲିସ ବାହିନୀର ସାହସ, ସଂଯମ ଓ ପ୍ରତିବଦ୍ଧତା  ଯୋଗୁଁ ଏହି ସଫଳତା ସମ୍ଭବ ହୋଇଛି। ସେ ଏହି ଅଭିଯାନରେ ଯୋଗଦେଇଥିବା ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ଅଭିନନ୍ଦନ ଜଣାଇବା ସହ ସାଧାରଣ ଲୋକଙ୍କ ଭରସା ଓ ସହଯୋଗ ଯୋଗୁଁ ସେ କୃତଜ୍ଞତା ଜଣାଇଛନ୍ତି।

ରାଜ୍ୟର ଅନ୍ୟାନ୍ୟ ପ୍ରଭାବିତ ଅଞ୍ଚଳରେ ମଧ୍ୟ ଏହି ପ୍ରକାର ଅଭିଯାନକୁ ଆଗାମୀ ଦିନରେ ଅଧିକ ତୀବ୍ର କରାଯିବା ସହ ଶୀଘ୍ର ନକ୍ସଲ ସମସ୍ୟାର ସମ୍ପୂର୍ଣ୍ଣ ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମତବ୍ୟକ୍ତ କରିଛନ୍ତି।

Advertisement
Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *