ଖୋର୍ଦ୍ଧା,୧୯ା୪: ପ୍ରଚଣ୍ଡ ରୌଦ୍ର ତାପ ଯୋଗୁ ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଅସହ୍ୟ ଖରାକୁ ଦେଖି ୨୦ରୁ ୨୩ ପର୍ଯ୍ୟନ୍ତ ଛୁଟି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲାପାଳ ଅମ୍ରିତ ଋତୁରାଜ। ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଥିବା ଜିଲାପାଳ କହିଛନ୍ତି। ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ଏବଂ ନିରାପତ୍ତା ଆମ ପାଇଁ ପ୍ରାଥମିକତା। ପରବର୍ତ୍ତୀ ସମୟରେ ପାଣିପାଗ ସ୍ଥିତିକୁ ସମୀକ୍ଷା କରାଯାଇ ଆଗାମୀ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଜିଲାପାଳ ।

Subha Khabar is now on Whatsapp
Join and get latest news update delivered to you via whatsapp
Join Now
