ଆଗୁଆ ଖରାଛୁଟି ଘୋଷଣା : ଏପ୍ରିଲ ୨୭ ରୁ ହେବ ଛୁଟି

ଭୁବନେଶ୍ୱର, (24/04):- ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖ୍ ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି।ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖ୍ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତ ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି।ଏହି ନିଷ୍ପତ୍ତ ଅନୁଯାୟୀ ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ।ତେବେ, ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ ଅନ୍ୟାନ୍ୟ ଅଫିସ କାମ ପୂର୍ବପରି ଜାରି ରହିବ।

Advertisement
Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *