କୁଶପଲ୍ଲା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ତୃତୀୟ ପର୍ଯ୍ୟାୟ ଭିତ୍ତିପ୍ରସ୍ତର ସ୍ଥାପନ


ବେଗୁନିଆ: ଗ୍ରାମାଞ୍ଚଳରେ ପ୍ରାଥମିକ ଶିକ୍ଷାର ମାନ ବୃଦ୍ଧି ସହ ଛାତ୍ରଛାତ୍ରୀଙ୍କୁ ଆଧୁନିକ ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର ଆଭାସୀ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତୃତୀୟ ପର୍ଯ୍ୟାୟ ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହ ଉତ୍ସବ ଖୋର୍ଦ୍ଧା ଜ଼ିଲ୍ଲା ବେଗୁନିଆ ଗ୍ରାମପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି।
ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅତିଥି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେସ୍ଥାନୀୟ ବିଧାୟକ ପ୍ରଦୀପ କୁମାର ସାହୁ।


ନିଜ ବକ୍ତବ୍ୟରେ ସେ କହିଥିଲେ ଯେ, ଶିକ୍ଷା ହେଉଛି ସମାଜ ଗଠନର ମୂଳଦୁଆ। ଏହି ଯୋଜନା ଦ୍ୱାରା ଗ୍ରାମାଞ୍ଚଳର ପିଲାମାନେ ଆଧୁନିକ ଓ ଗୁଣାତ୍ମକ ପ୍ରାଥମିକ ଶିକ୍ଷା ପାଇବା ସହ ଏକ ସୁନ୍ଦର ଭବିଷ୍ୟତ ଗଠନ କରିପାରିବେ। ଏହା ଅଞ୍ଚଳର ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ସହ ଶିକ୍ଷା କ୍ଷେତ୍ରରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ।

Advertisement


ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ସତ୍ୟ ନାରାୟଣ ପ୍ରଧାନ, ବହୁ ଜନପ୍ରତିନିଧି, ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ, ଅଭିଭାବକ ଓ ଗ୍ରାମବାସୀ ଉପସ୍ଥିତ ରହିଥିଲେ। ଅଞ୍ଚଳରେ ଶିକ୍ଷାର ବିକାଶ ଓ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ ଦିଗରେ ଏହି ପଦକ୍ଷେପକୁ ସ୍ଥାନୀୟ ମହଲରେ ସ୍ୱାଗତ କରାଯାଇଛି।କିନ୍ତୁ କେବେ ଆରମ୍ଭ ହେଉଛି ଏହାର ନିର୍ମାଣ କାର୍ଯ୍ୟ ଓ କେତେ ହେଉଛି ଏହାର ଅଟକଳ ମୂଲ୍ୟ ତାହା ପାଲଟିଛି ସର୍ବସାଧାରଣ ରେ ଚର୍ଚ୍ଚା।

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *