ପୀଡ଼ିତା ଛାତ୍ରୀଙ୍କ ପ୍ରତି ଶୋକ ପ୍ରକାଶ କଲେ ନବୀନ
ଭୁବନେଶ୍ଵର :-ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ବର ଏଫଏମ କଲେଜ ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖତ ଓ ମର୍ମାହତ | ଏପରି ସମୟକୁ ସାମ୍ନା କରିବା ପାଇଁ ମହାପ୍ରଭୁ ପରିବାର ଲୋକଙ୍କୁ ଅସୀମ ଧୈର୍ଯ୍ୟ ଦିଅନ୍ତୁ ।
ମନକୁ ଏହା ଅଧ୍ବକ ବିଚଳିତ କରୁଛି ଯେ କିପରି ଗୋଟେ ବିଫଳ ବ୍ୟବସ୍ଥା ଜଣଙ୍କ ଜୀବନ ନେଇଯାଇପାରେ । ସବୁଠୁ କଷ୍ଟଦାୟକ ହେଉଛି, ଏହା କୌଣସି ଦୁର୍ଘଟଣା ନୁହେଁ, ବରଂ ଏପରି ଏକ ବ୍ୟବସ୍ଥାର ଫଳ, ଯାହା ସାହାଯ୍ୟ କରିବା ବଦଳରେ ଚୁପ୍ ରହିଲା I ନ୍ୟାୟ ପାଇବାକୁ ସଂଗ୍ରାମ କରି କରି ଶେଷରେ ଝିଅଟି ଆଖ୍ ବୁଜିଦେଲା।
ସେ ଅତି ସାହସିକତାର ସହ ତା’ ସହିତ ଘଟିଥିବା ଯୌନ ନିର୍ଯାତନା ବିଷୟରେ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖା ଅବଗତ କରିଥିଲା I କଲେଜ ପଦାଧୂକାରୀଙ୍କ ଦ୍ବାରା ଅଣଦେଖା ହେବା ପରେ ସେ ଅଟକି ଯାଇ ନଥିଲା | ନ୍ୟାୟ ପାଇବାକୁ ସେ ଉଚ୍ଚଶିକ୍ଷା ମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ଜଣେ କେନ୍ଦ୍ରମନ୍ତ୍ରୀଙ୍କୁ ଜଣାଇଥିଲା। ଏପରି କି ବାଲେଶ୍ବର ସାଂସଦଙ୍କୁ ମଧ୍ଯ ବ୍ୟକ୍ତିଗତ ଭାବେ ଭେଟି ନିଜ ଦୁଃଖ ବିଷୟରେ କହିଥିଲା I
ଜଣେ କେହି ବି ଯଦି ଉତ୍ତରଦାୟିତ୍ଵ ନେଇ ବ୍ୟକ୍ତିଗତ ଭାବେ ଏଥିରେ ହସ୍ତକ୍ଷେପ କରିଥାନ୍ତେ, ତେବେ ହୁଏତ ଝିଅଟିର ଜୀବନ ବଞ୍ଚିଯାଇଥାନ୍ତା। ସେ କେବଳ ଶାରୀରିକ ଆଘାତ ପାଇ ପ୍ରାଣ ହରାଇ ନାହିଁ, ବରଂ ରାଜ୍ୟ ସରକାରଙ୍କ ଅଣଦେଖା ପାଇଁ, ଯାହା ତାଙ୍କୁ ନିଜ ସଂଗ୍ରାମରେ ଏକାକି ଛାଡ଼ି ଦେଇଥିଲା । ପୁରା ଘଟଣାକ୍ରମରୁ ଜଣାପଡ଼ୁଛି, ଏହା ଆନୁଷ୍ଠାନିକ ବିଶ୍ବାସଘାଟକତାରୁ କିଛି କମ୍ ନୁହେଁ, ଯାହା ଏକ ଯୋଜନାବଦ୍ଧ ଅନ୍ୟାୟ।
ମୁଁ ପୁଣିଥରେ ମାନ୍ୟବର ରାଜ୍ୟପାଳଙ୍କୁ ଅନୁରୋଧ କରୁଛି, ସେ ଏହା ସୁନିଶ୍ଚିତ କରୁନ୍ତୁ ଯେ, ନା କେବଳ କଲେଜ କର୍ତ୍ତୃପକ୍ଷ ବରଂ କ୍ଷମତାରେ ଥିବା ବ୍ୟକ୍ତିମାନେ ମଧ୍ୟ ଉତ୍ତରଦାୟୀ ହୁଅନ୍ତୁ; ଯେଉଁମାନେ ପୀଡ଼ିତାଙ୍କ ଆକୁଳ ଗୁହାରି ପରେ ବି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ନାହିଁ।
ପୀଡ଼ିତାଙ୍କ ଅମର ଆତ୍ମାର ସଦଗତି ହେଉ | ପ୍ରଭୁ ଜଗନ୍ନାଥଙ୍କ ନିକଟରେ ମୁଁ ପୁଣିଥରେ ପ୍ରାର୍ଥନା କରୁଛି ଏହି ଦାରୁଣ ଦୁଃଖକୁ ସାମ୍ନା କରିବା ପାଇଁ ସେ ପରିବାର ସଦସ୍ୟମାନଙ୍କୁ ଶକ୍ତି ଏବଂ ସାହସ ଦିଅନ୍ତୁ) ଓଁ ଶାନ୍ତି
Subha Khabar is now on Whatsapp
Join and get latest news update delivered to you via whatsapp
Join Now
