ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା
ଭୁବନେଶ୍ବର,୨୪/୦୭ :- ଆସନ୍ତା ସୋମବାର ଜୁଲାଇ ୨୮ ତା ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ସେଦିନ ସକାଳ ୮ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ବର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜୁଲାଇ ୨୫ ତାରିଖ ଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ । ଏଥ୍ ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasuna nani.odisha.go na.gov.in/) ขข ଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ଯମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ ।
ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ବୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।
Subha Khabar is now on Whatsapp
Join and get latest news update delivered to you via whatsapp
Join Now