ଭୁବନେଶ୍ୱର :- ଆର୍ ଆଇ, ଏ ଆର୍ ଆଇ, ଅମିନ,ଆଇ ସି ଡି ଏସ ପ୍ରିଲିମ୍ ପରୀକ୍ଷା ବାତିଲ୍ କଲେ OSSSC । ଏନେଇ ହାଇକୋର୍ଟଙ୍କୁ ଅବଗତ କଲେ AG ପୀତାମ୍ବର ଆଚାର୍ଯ୍ୟ ।ଅଗଷ୍ଟ ୧ରୁ ସେପ୍ଟେମ୍ବର ୬ ପର୍ଯ୍ୟନ୍ତ ହେବାକୁ ଥିବା ମେନ୍ ପରୀକ୍ଷା ବି ବାତିଲ ।୧୪ ଦିନ ଭିତରେ ସାନି ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ କରିବେ କମିଶନ । ଆଉ ସାନି ଆବେଦନ କରିବାକୁ ପଡ଼ିବନି, ସମସ୍ତଙ୍କୁ ପରୀକ୍ଷା ଦେବାର ସୁଯୋଗ ମିଳିବ । ପ୍ରିଲିମ୍ରେ ତ୍ରୁଟି ଅଭିଯୋଗ ପରେ ସମସ୍ତଙ୍କୁ ପାସ୍ କରାଯାଇଥିଲା ।ମାତ୍ର ଏହା ପ୍ରକାଶିତ ବିଜ୍ଞପ୍ତି ନିୟମ ଉଲ୍ଲଙ୍ଘନ ବୋଲି ପିଟିସନ୍ ହୋଇଥିଲା ।ଭ୍ୟାକେନ୍ସି ପୋଷ୍ଟ ର ୫ ଗୁଣା ମେନ୍ ପରୀକ୍ଷା ଦେଇପାରିବେ ଉଲ୍ଲେଖ ଥିଲା ।ମାତ୍ର ସମସ୍ତଙ୍କୁ ମେନ୍ ପରୀକ୍ଷା ସୁଯୋଗ ଦିଆଯିବାରୁ ମାମଲା କୋର୍ଟକୁ ଆସିଥିଲା ।ଶେଷରେ ହେବାକୁ ଥିବା କମ୍ବାଇଣ୍ଡ ରିକ୍ରୁଟମେଣ୍ଟ ପରୀକ୍ଷା ବାତିଲ କଲା ବିଭାଗ ।
Subha Khabar is now on Whatsapp
Join and get latest news update delivered to you via whatsapp
Join Now