ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ

ଭୁବନେଶ୍ୱର , (୨୩/୦୮) :- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ପହଞ୍ଚି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସୁସ୍ଥ ହୋଇ ମେଡିକାଲରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଆଜି ତାଙ୍କ ପାଖରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିଛନ୍ତି । ତେବେ କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି, ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି ।ଉଲ୍ଲେଖଯୋଗ୍ୟ, ଡିହାଇଡ୍ରେସନ କାରଣରୁ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ସୁସ୍ଥ ହେବା ପରେ ସେ ନବୀନ ନିବାସ ଫେରିଛନ୍ତି । ସେବେଠାରୁ ଦଳମତ ନିର୍ବିଶେଷରେ ଅନେକ ନେତା ଓ ସମର୍ଥକ ତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରୁଛନ୍ତି ।

ଏହି କ୍ରମରେ ଆଜି ମୁଖ୍ୟମନ୍ତ୍ରୀ  ନିଜେ ଯାଇ ନବୀନଙ୍କୁ ଭେଟିଛନ୍ତି । ଗତ ନିର୍ବାଚନ ଫଳାଫଳ ଆସିବା ପରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ମଧ୍ୟ ନବୀନ ନିବାସ ଯାଇ ନବୀନଙ୍କୁ ଭେଟିଥିଲେ ମୋହନ ମାଝୀ । ଏଥିପାଇଁ ତାଙ୍କୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଥିଲା ।

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *