ପଶ୍ଚିମ ଓଡିଶାର ସାଂସ୍କୃତିକ ଐତିହ୍ୟକୁ ସମ୍ମାନ ଦେଇ ନୂଆଖାଇ ପରଦିନକୁ ଛୁଟି ଘୋଷଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬/୦୮ :-    କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ। ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି। ତେବେ ନୂଆଖାଇ ପରଦିନ ମଧ୍ୟ ପଶ୍ଚିମ ଓଡିଶା ବାସୀଙ୍କ ପାଇଁ ଖୁବ୍ ଗୁରୁତ୍ୱପୂର୍ଣ୍ଣ। ସେ ଦିନ ଆତ୍ମୀୟ ସ୍ୱଜନ ମାନେ ପରସ୍ପର ସହ ସାକ୍ଷାତ କରି ‘ନୂଆଖାଇ ଜୁହାର’ କରନ୍ତି ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନିଅନ୍ତି। ପାରିବାରିକ, ସାମାଜିକ ଓ ସାଂସ୍କୃତିକ ଐତିହ୍ୟକୁ ସୁରକ୍ଷିତ କରିବା ଦିଗରେ ଏହା ଏକ ମହତ୍ୱପୂର୍ଣ୍ଣ ଦିନ ଅଟେ।
ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷ ନୂଆଖାଇର ପରଦିନ ଅର୍ଥାତ ୨୯.୦୮.୨୦୨୫ (ଶୁକ୍ରବାର) ଦିନଟିକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ମାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ)ପାଇଁ ଛୁଟି ଘୋଷଣା କରିଛନ୍ତି।
ଏହା ପରିବର୍ତ୍ତେ ସେପ୍ଟେମ୍ବର ୧୩ ତାରିଖ, ଦ୍ୱିତୀୟ ଶନିବାରକୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି।

Advertisement
Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *