ଚାରିଆଡ଼େ ସାର ଅଭାବ, ହୋଇପାରୁନି କୃଷିକାର୍ଯ୍ୟ, ସଙ୍କଟରେ ଚାଷୀକୂଳ



ଭୁବନେଶ୍ବର :- ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି।

ଓଡ଼ିଶାରେ ୭.୯୪ ଲକ୍ଷ ଟନ ସାର ମହଜୁଦ ଥିବା ରାଜ୍ୟ ସରକାର ଦାବୀ କରୁଥିବାବେଳେ ଚାଷୀ କିନ୍ତୁ ସାର ପାଉନି। ୟୁରିଆ ସରକାରୀ ଦର ଠାରୁ ଅଧିକ ଦାମରେ ବିକ୍ରି ହେଉଛି। ଓଡ଼ିଶା ସରକାରଙ୍କ ମାର୍କଫେଡ୍ ଚାଷୀଙ୍କ ବଦଳରେ ଘରୋଇ ଡିଲରଙ୍କୁ ରିହାତିରେ ସାର ବିକୁଛି। ତେଣୁ ଚାଷୀ ଖରିଫ ଋତୁରେ ଚାଷ କାମ ଛାଡି ସାର ପାଇଁ ରାଜରାସ୍ତାକୁ ଓଲ୍ହାଇବା ଚିନ୍ତାର ବିଷୟ ବୋଲି ସଭାପତି କହିଛନ୍ତି।

ତାଳଚେର ସାର କାରଖାନା ୨୦୧୮ ରେ ଶିଳାନ୍ୟାସ କରାଯାଇଥିବାବେଳେ ଏହା ୩୬ ମାସରେ ଶେଷ ହେବ ବୋଲି ଘୋଷଣା କରାଯାଇଥିଲା। ଇତି ମଧ୍ୟରେ ସାତ ବର୍ଷ ବିତି ଯାଇଥିଲେ ବି ଏହା କାର୍ଯ୍ୟକ୍ଷମ ହୋଇ ନ ପାରିବା ଦୁଃଖର ବିଷୟ।

ଖରିଫ ଋତୁ ଆରମ୍ଭରେ ସାର ଅଭାବ ତଥା ଯୋଗାଣରେ ଚାଲିଥିବା ଅବ୍ୟବସ୍ଥା ଓ ଦୁର୍ନୀତିକୁ ରୋକିବାକୁ ଯଦି ସମୟୋଚିତ ପଦକ୍ଷେପ ନିଆନଯାଏ ତେବେ କୃଷି ଉତ୍ପାଦନରେ ବ୍ୟାଘାତ ସୃଷ୍ଟି ହେବା ସହ ଚାଷୀ ଭାଇ ଭଉଣୀଙ୍କ ଜୀବିକାକୁ ମଧ୍ୟ ଏହା ପ୍ରଭାବିତ କରିବ ବୋଲି ସଭାପତି ଚିଠିରେ ଉଲ୍ଲେଖ କରିଛନ୍ତି।

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *