ଭୁବନେଶ୍ୱର: – ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ୬୯ବର୍ଷେ ବୟସରେ ଚେନ୍ନାଇରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିବା ସୂଚନା ମିଳୁଛି । ହୃଦଘାତର ଶିକାର ହୋଇ ଚେନ୍ନାଇରେ ଚିକିତ୍ସିତ ହେଉଥିଲେ । ତେବେ ବର୍ତ୍ତମାନ ତାଙ୍କ ପାର୍ଥୀବ ଶରୀରକୁ ଚେନ୍ନାଇରୁ ଓଡ଼ିଶାକୁ ଅଣାଯାଉଛି । ନୂଆପଡା ଆସନରୁ ୪ଥର ବିଧାୟକ ହୋଇଥିଲେ ରାଜେନ୍ଦ୍ର ଢୋଲକିଆ । ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ ଓ ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ସାହୁ ।
Subha Khabar is now on Whatsapp
Join and get latest news update delivered to you via whatsapp
Join Now
