୬୬ ତମ ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ

କଟକ,(୨୧/୧୦):- ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୬ ତମ ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି l ଏହି ଉପଲକ୍ଷେ ଆୟୋଜିତ ଏକ  ସ୍ଵତନ୍ତ୍ର ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ  ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦେଶ ତଥା ମାତୃଭୂମିର ସୁରକ୍ଷା ଓ ସମ୍ମାନ ପାଇଁ କର୍ମକ୍ଷେତ୍ରରେ ଶହୀଦ ହୋଇଥିବା ବୀର ମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ଏହାସହ ବୀର ଶହୀଦଙ୍କ ପରିବାରବର୍ଗ ପ୍ରତି ମଧ୍ୟ ସମବେଦନା ଜ୍ଞାପନ କରିଛନ୍ତି l ଏହି ପରିପ୍ରେକ୍ଷୀରେ ରାଜ୍ୟ ଆରକ୍ଷୀ ବାହିନୀ ତରଫରୁ ବୀର ଶହୀଦମାନଙ୍କ ପ୍ରତି ଆନୁଷ୍ଠାନିକ ଶୋକଶସ୍ତ୍ର ପ୍ରଦର୍ଶନ କରିବା ସହ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯିବା ସହ ସମ୍ମାନ ପ୍ରଦର୍ଶନ କରାଯାଇଥିଲା ।  

ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ କିଛି ବର୍ଷ ପୂର୍ବରୁ ପୋଲିସ ସହିଦମାନଙ୍କର ତାଲିକା ସଂଖ୍ୟା ବହୁତ ଲମ୍ବା ରହୁଥିଲା ଏବଂ  ତେବେ ବର୍ତ୍ତମାନ ପରିସ୍ଥିତିରେ ଦେଶରେ ସହିଦମାନଙ୍କ ସଂଖ୍ୟା ବହୁ ମାତ୍ରାରେ ହ୍ରାସ ଘଟିଛି ବୋଲି କହିଥିଲେ ।  ଦେଶର ସମସ୍ତ ସୁରକ୍ଷା ବାହିନୀ ତଥା ପୋଲିସ କର୍ମଚାରୀଙ୍କର ଅକ୍ଲାନ୍ତ ପରିଶ୍ରମ ଓ ସାହସ ଦ୍ୱାରା  ଏହା ସମ୍ଭବ ହୋଇପାରିଛି ବୋଲି ଡିଜିପି ମତବ୍ୟକ୍ତ କରିଥିଲେ। ଜମ୍ମୁ-କାଶ୍ମୀର, ପଞ୍ଜାବ, ଉତ୍ତର ପୂର୍ବ ରାଜ୍ୟଗୁଡ଼ିକ ତଥା ନକ୍ସଲ ପ୍ରଭାବିତ ଅଞ୍ଚଳରେ  ଆମ ପୋଲିସ ଅଧିକାରୀ ଓ ଯବାନମାନେ ବୀରତ୍ୱର ସହିତ ଯୁଦ୍ଧ କରୁଛନ୍ତି। ଆମ ରାଜ୍ୟର ସାହସୀ ପୋଲିସ କର୍ମଚାରୀମାନଙ୍କର ବୀରତ୍ବ ଯୋଗୁଁ, ଆମେ ନକ୍ସଲ ପ୍ରଭାବିତ ଅଞ୍ଚଳରେ ଶାନ୍ତି ଓ ସୁରକ୍ଷା ସ୍ଥାପନ କରିପାରିଛୁ ଏବଂ ଆଗାମୀ ଦିନରେ ମଧ୍ୟ ଏହାର ପ୍ରୟାସ ଜାରି ରଖିବୁ ବୋଲି ଡିଜିପି କହିଥିଲେ  l



ଏହି ଅବସରରେ ସାଧାରଣ ଜନତାଙ୍କୁ ନିରନ୍ତର ସେବା ପ୍ରଦାନ କରୁଥିବା ରାଜ୍ୟର ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ  ସାଧୁବାଦ ଜଣାଇଥିଲେ l

ଚଳିତ ବର୍ଷ ଭାରତ ବର୍ଷରେ ବିଭିନ୍ନ କେନ୍ଦ୍ରୀୟ ପୋଲିସ ବଳ ଓ ରାଜ୍ୟ ପୋଲିସର ୧୯୧ ଜଣ ଆରକ୍ଷୀ ପ୍ରାଣବଳି ଦେଇ ନିଜ ମାତୃଭୂମିକୁ ଗୌରବାନ୍ଵିତ କରିଛନ୍ତି। ଏହି ଅବସରରେ କର୍ତ୍ତବ୍ୟ ସମ୍ପାଦନ କରୁଥିବା ସମୟରେ ଶହୀଦ ହୋଇଥିବା  ରାୟଗଡା  ଜିଲ୍ଲାର 2nd IR Bn. ର Constable/475  ଲକ୍ଷ୍ମଣ ମାଝୀ, UPD କଟକର OAPF /353  ଲୋକନାଥ ଶବରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।  ଏହି ଅବସରରେ ଉଭୟଙ୍କ ପରିବାର ବର୍ଗଙ୍କୁ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ସ୍ଵତନ୍ତ୍ର ନିମନ୍ତ୍ରଣ କରାଯାଇ ଏହି ପବିତ୍ର ଦିବସରେ ସାମିଲ କରାଯାଇଥିଲା । ଡିଜିପି ଶ୍ରୀ ଖୁରାନିଆ ଶୋକସନ୍ତପ୍ତ  ଉଭୟଙ୍କ ପରିବାର ବର୍ଗଙ୍କ ସହିତ ଭାବ ବିନିମୟ କରିବା ସହ ସମବେଦନା ଜ୍ଞାପନ କରିଥିଲେ । ଉଭୟଙ୍କ ତ୍ୟାଗ ଏବଂ ବଳିଦାନ ରାଜ୍ୟ ପୋଲିସ ପାଇଁ ଚିରସ୍ମରଣୀୟ ହୋଇ ରହିବ ବୋଲି ଡିଜିପି କହିଥିଲେ ।

Advertisement
Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *