ଚିଲିକା ବ୍ଲକ ଅନ୍ତର୍ଗତ ବଡକୁଳ ଗ୍ରାମ ପଞ୍ଚାୟତ ପରିସରରେ ପ୍ରଶାସନିକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଖୋର୍ଦ୍ଧା,(୦୮/୧୨):- ପଲ୍ଲୀରେ ପ୍ରଶାସନ ଜିଲ୍ଲା ପ୍ରଶାସନ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି  ଖୋରଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ବଡ଼କୁଳ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଅଛି ।

ଉକ୍ତ ଜନ ଶୁଣାଣି ଶିବିର ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା(ଆଇ ପି ଏସ), ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ  ସାଫଲ୍ୟ ମଣ୍ଡିତ ପ୍ରଧାନ ଙ୍କ ମିଳିତ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା l ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ  ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ଖୋର୍ଦ୍ଧା କିଶୋର କୁମାର ପଣ୍ଡା, ସହକାରୀ ଜିଲ୍ଲାପାଳ, ଅଭିଯୋଗ, ଭୁବନେଶ୍ଵରୀ କଅଁର , ତହସିଲଦାର,   କାହ୍ନୁ ଚରଣ ଘଡ଼ାଇ, ଚିଲିକା ପଂଚାୟତ ସମିତି ଅଧ୍ୟକ୍ଷା ମୋନାଲିସା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ ଯୋଗଦେଇ ଅଭିଯୋଗ ଶୁଣାଣି ରେ ସହଯୋଗ ପ୍ରଦାନ କରିଥିଲେ ।



ଆଜିର ଅଭିଯୋଗ ଶୁଣାଣି ରେ ମୋଟ  ୮୯ ଗୋଟି ଅଭିଯୋଗ ଦରଖାସ୍ତ ଆସିଥିବା ବେଳେ ତନ୍ମଧ୍ୟରୁ ୭୩ ଗୋଟି ଅଭିଯୋଗ ବ୍ୟକ୍ତିଗତ ୧୬ ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା l ସେହିପରି ୦୫ ଗୋଟି ଅଭିଯୋଗ ଦରଖାସ୍ତ ର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଯୋଗ ସ୍ଥଳରେ ତତ୍କାଳ ସମାଧାନ କରିଥିଲେ l



ଅନ୍ୟ ମାନଙ୍କ ମଧ୍ୟରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ ଲାଇନ୍ ଡିପାର୍ଟମେଣ୍ଟ ବରିଷ୍ଟ ଅଧିକାରୀ ମାନେ ଜନଶୁଣାଣି ଶିବିରରେ ଯୋଗ ଦେଇଥିଲେ ।

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *