ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା , ମୌସୁମୀ ସକ୍ରିୟ ସୂଚନା

ଭୁବନେଶ୍ଵର :- ତୁହାକୁ ତୁହା ବର୍ଷା ରେ ଭିଜିବ ଓଡ଼ିଶା । ଆଜିଠୁ ବଢିବ ମୌସୁମୀ ଜନିତ ବର୍ଷାର ପରିମାଣ । ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ରହିଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ଆସନ୍ତା ୧୮ ତାରିଖ ବେଳକୁ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ମୌସୁମୀକୁ ସକ୍ରିୟ କରିବାରେ ସହଯୋଗ କରିବ । ଫଳରେ ବର୍ଷାରୁ ନିସ୍ତାର ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
୨୦ ତାରିଖ ଯାଏ ରାଜ୍ୟରେ ମେଘୁଆ ପାଗ ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି । ଆଜି ମଧ୍ୟ ନବରଙ୍ଗପୁର,କନ୍ଧମାଳ, କଳାହାଣ୍ତି, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ଫଳରେ ତାପାମାତ୍ର ଦୁଇରୁ ତିନି ଡିଗ୍ରୀ କମିବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *