ଭୁବନେଶ୍ଵର : (ଶୁଭ ଖବର)ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ରାଶି ୬ ଲକ୍ଷ ଟଙ୍କା ରୁ ୧୦ ଲକ୍ଷକୁ ବଢ଼ିଲା lସହାୟତା ରାଶି ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ lବନ୍ୟଜନ୍ତୁ ଆକ୍ରମଣରେ ହେଉଥିବା ଧନଜୀବନ ହାନି ପ୍ରତି ରାଜ୍ୟ ସରକାର ଯତ୍ନବାନ। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବନ୍ୟଜନ୍ତୁ ଆକ୍ରମଣରେ ପୂର୍ବରୁ ମିଳୁଥିବା ମୃତ୍ୟୁକାଳୀନ ସହାୟତା ରାଶିକୁ ୬ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ବନ୍ୟଜନ୍ତୁ ଆକ୍ରମଣରେ ଯଦି ବାସଗୃହ କ୍ଷତିଗ୍ରସ୍ତ ହୋଇଥାଏ ତେବେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ଗୃହ ନଚେତ ସମତୁଲ ଆର୍ଥିକ ସହାୟତା ପ୍ରଦାନ କରାଯିବ।
ଏଥିସହ ରୋଷେଇ ଘର, ଧାନ ସଂରକ୍ଷଣ ଗୃହ କିମ୍ବା ଛେଳି ଗୁହାଳ କ୍ଷତିଗ୍ରସ୍ତ ହେଲେ ୩ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ। ସେହିଭଳି ପକ୍କା ପାଚେରୀ, କମ୍ପାଉଣ୍ଡ ୱାଲ୍ କ୍ଷତିଗ୍ରସ୍ତ ହେଲେ ପ୍ରତି ମିଟର ପିଛା ୫ ହଜାର ସର୍ବାଧିକ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ।
Subha Khabar is now on Whatsapp
Join and get latest news update delivered to you via whatsapp
Join Now