ପ୍ରଧାନ ଶିକ୍ଷକଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ

ଖୋର୍ଦ୍ଧା : – (ଶୁଭ ଖବର )ବେଗୁନିଆ ବ୍ଲକ ଅନ୍ତର୍ଗତ ଅଟ୍ରି ସ୍ଥିତ ଏକାଦଶ ରୁଦ୍ର ବାବା ହଟ୍ଟକେଶ୍ୱର ମନ୍ଦିର ସଭା ଗୃହରେ ସିକୋ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଅଶୋକ କୁମାର ସାମନ୍ତରାୟଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ପୂର୍ବତନ ସଭାପତି କାହ୍ନୁ ଚରଣ ପଣ୍ଡାଙ୍କ ଅଧ୍ୟକ୍ଷତା ଓ ଶିକ୍ଷକ ସୁଧାକର ସେଠୀଙ୍କ ସଂଯୋଜନାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାସ୍କର ଚନ୍ଦ୍ର ଲେଙ୍କା ମୁଖ୍ୟଅତିଥି, ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ରାଜ୍ୟ ସଭାପତି ବ୍ରହ୍ମାନନ୍ଦ ମହାରଣା ମୁଖ୍ୟବକ୍ତା,ସ୍ଵତନ୍ତ୍ର ଅତିଥି ରାଜ୍ୟ ସମ୍ପାଦକ ବିଭୁ ପ୍ରସାଦ ସାହୁ, କୋଷାଧ୍ୟକ୍ଷ ଗୋପାଳ କିଶୋର ସେନ,ସହଗୋଷ୍ଠୀ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ସେଠୀ,ଅବସରପ୍ରାପ୍ତ ସହଗୋଷ୍ଠୀ ଶିକ୍ଷା ଅଧିକାରୀ ଦିଲୀପ କୁମାର ମହାପାତ୍ର,ଦାଶରଥି ପ୍ରଧାନ, ମିଳିତ ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ସରୋଜ କୁମାର ବେହେରା,ସୋନପୁର ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ କାର୍ଯ୍ୟକାରୀ ସଭାପତି ସୁଶିଲ ସେଠୀ ଓ ସିକୋ କ୍ଲଷ୍ଟର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁକାନ୍ତ କୁମାର ପାଇକରାୟ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେବା ସଙ୍ଗେ ସଙ୍ଗେ ଉପସ୍ଥିତ ଅଥିତିବୃନ୍ଦ ଓ ବେଗୁନିଆ ବ୍ଲକର ବହୁ ଶିକ୍ଷକ ଶିକ୍ଷୟିତ୍ରୀ ବିଦାୟୀ ଶିକ୍ଷକଙ୍କ କର୍ମମୟ ଜୀବନ ଉପରେ ଗୁଣ ଗାନ କରିଥିଲେ। ଶେଷରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ସମ୍ପାଦକ ରବୀନ୍ଦ୍ର ନାଥ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Advertisement

Subha Khabar is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *